ମେଷ:-

ଭାଗୀଦାର ବ୍ୟବସାୟରେ ଆର୍ଥିକ ସ୍ଥିତି ଆବଶ୍ୟକ ଠାରୁ ଅଧିକ ବିସ୍ତାରିତ ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହୋଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ମହିଳାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ନୂତନ କର୍ମପ୍ରାପ୍ତି ହୋଇପାରେ। ବିବାହ ସମ୍ବନ୍ଧ ସ୍ଥିର ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବାଦ ବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ।

ସମାଧାନ:-କୁକୁରକୁ ଖାଦ୍ୟ ଦିଅନ୍ତୁ।

ବୃଷ:-

ନୂତନ କର୍ମଆଶାୟୀ ଯୁବକ ଯୁବତୀ ମାନଙ୍କର ଆଶା ପୂରଣ ହେବ। କର୍ମ କ୍ଷେତ୍ରରେ ଉନ୍ନତି ହେବାସହ ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ବ୍ୟବସାୟରେ କାରବାର ବୃଦ୍ଧି ହେବା ଫଳରେ ପ୍ରବଳ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରିବାରିକ ଜୀବନରେ ଶାନ୍ତି ଆସିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ।

ସମାଧାନ:- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ। ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ହୋଇ ପାରେ। ପାରିବାରିକ ଜୀବନ ସୁଖମୟ ହେବ। ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେଲେ ସଫଳ ହୋଇ ପାରନ୍ତି। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ।

ସମାଧାନ:- ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି, ବ୍ୟବସାୟ କ୍ଷେତ୍ରରେ ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ଓ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ମହିଳାମାନେ ଦାମ୍ପତ୍ୟ ସୁଖରେ ଖୁସି ହେବେ।

ସମାଧାନ:- ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ସିଂହ:-

ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ। ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଶ୍ରେଷ୍ଠସ୍ଥାନ ଲାଭ କରିବେ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ପୂର୍ବରୁ ଥିବା ସମସ୍ୟାର ସମାଧାନ ହୋଇଯିବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂତନ କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ପାଇବ।

ସମାଧାନ:- ବାପା ମାଆଙ୍କୁ ପୂର୍ଣ୍ଣ ଆଦର ସତ୍କାର କରନ୍ତୁ।

LEAVE A REPLY

Please enter your comment!
Please enter your name here